ରାଜ୍ୟରେ ୭ ତାରିଖ ଯାଏଁ କାଳବୈଶାଖୀ !
ଭୁବନେଶ୍ଵର,୧/୫ : ରାଜ୍ୟରେ ୭ ତାରିଖ ଯାଏଁ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ପୁଣି କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ କୁଆପଥର ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମୟୂରଭଞ୍ଜ, ବାଲେଶ୍ବର, କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି।
ଏହା ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତାକାଲି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଦୁଇ ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି।

Editor 


