ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨0/୪ : ଅକ୍ଷୟ ତୃତୀୟା ଅବସରରେ ଆଜି କଟକର ସିଆରଆରଆଇଠାରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି କନକବର୍ଦ୍ଧନ ସିଂହଦେଓ, କଟକ ସାଂସଦ ଭର୍ତ୍ତୃହରି ମହତାବ, ଜଗତସିଂହପୁର ସାଂସଦ ବିଭୁ ତରାଇ ମଧ୍ୟ ଉପସ୍ଥିତ।

ସେପଟେ ଆଜି ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସର‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିବେ। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ପାଖାପାଖି ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ମଧ୍ୟ ଦେବେ। ନାମମାତ୍ର, କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କ ଖାତାକୁ ସିଏମ କିଷାନ ଟଙ୍କା ପଠାଇବେ। ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ଆସିବ। ଏହି କାର୍ଯ୍ୟକ୍ରମରେ ଅନ୍ୟ ନେତା ମଧ୍ୟରେ ଉପସ୍ଥିତ ରହିବେ।